*ରଥଯାତ୍ରାରେ ବିଭିନ୍ନ ଜିଲ୍ଲାକୁ ବର୍ଷା ନେଇ ପାଣିପାଗ ବିଭାଗ ଆଲର୍ଟ; ଆସନ୍ତା ୨ ଯାଏଁ ପ୍ରବଳ ଛେଚିବ, ଉତ୍ତରରେ ବେଶି l*
ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳ ଉପରେ ଲଘୁଚାପ ଅଛି । ଏହା ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଛତିଶଗଡ଼ ଆଡ଼କୁ ଗତି କରିବ । ଏହାର ପ୍ରଭାବରେ ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ଅନେକ ସ୍ଥାନରେ ବର୍ଷା ସହ ଉତ୍ତର ଓଡ଼ିଶା ଏବଂ ପାଖ ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଶୁକ୍ରବାର ରଥଯାତ୍ରାରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।
ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଶୁକ୍ରବାର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା, ବଜ୍ରପାତ ଏବଂ ୩୦-୪୦ କିମି ବେଗରେ ପବନ ଆଶଙ୍କା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, ପୁରୀ, କଟକ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତିରେ ଘଡ଼ଘଡ ସହ ୩୦ରୁ ୪୦ କିମି ବେଗରେ ପବନ ବି ହୋଇପାରେ ।
ପୁରୀରେ ପାଗ ମେଘୁଆ ରହିବା ସହ ଅସରାଏ କିମ୍ବା ଦୁଇ ଅସରା ବର୍ଷା ସମ୍ଭାବନା ମଧ୍ୟ ରହିଛି । ବର୍ଷା ହେଲେ ଭକ୍ତ ଭିଜିବା ସହ ଗୁଳୁଗୁଳିରୁ ଆଶ୍ୱସ୍ତି ଦେବ । ଭୁବନେଶ୍ୱରରେ ପାଗ ମେଘୁଆ ସହ ମଝିରେ ବର୍ଷା ହୋଇପାରେ । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଜୁଲାଇ ୧ ଓ ୨ରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق