ଆମ ଓଡିଶା ଓ ଉତ୍ସର୍ଗ ଫାଉଣ୍ଡେସନ ପକ୍ଷରୁ ରକ୍ତଦାନ ଶିବିର ।
ଦଶପଲ୍ଲା : - ( ଶିବାନୀ ଦୀପାଞ୍ଜଳୀ ) ରକ୍ତଦାନ ମହାପୁଣ୍ୟ ଓ ରକ୍ତଦାନ ଜୀବନ ଦାନ। ଆଜିର ଦିନରେ ସମଗ୍ର ଓଡ଼ିଶାରେ ରକ୍ତ ହୀନତା ଜନିତ ରୋଗୀ, ମାତୃତ୍ଵ ଲାଭ କରୁଥିବା ମହିଳା, ଜୀବନର ଅପରାହ୍ନରେ ଉପନୀତ ବ୍ୟକ୍ତି , ସିକଲିନ୍ ପୀଡିତ ରୋଗୀ, ଦୁରାରୋଗ୍ୟ ବ୍ୟାଧି ରେ ପୀଡିତ ରୋଗୀ ଓ ଅପ୍ରତ୍ୟାଶିତ ଦୁର୍ଘଟଣା ର ଶିକାର ହେଉଥିବା ବ୍ୟକ୍ତିମାନଙ୍କ ପାଇଁ ରକ୍ତର ଆବଶ୍ୟକତା ଥିବା ବେଳେ , ସଠିକ୍ ସମୟରେ ରକ୍ତ ଭଣ୍ଡାର ରେ ରକ୍ତ ର ଅଭାବ ରହୁଛି । ରକ୍ତ ଭଣ୍ଡାରରେ ରକ୍ତର ଅଭାବ ପୁରଣକୁ ଦୃଷ୍ଟିରେ ରଖି ନୟାଗଡ଼ ଜିଲ୍ଲା ଦଶପଲ୍ଲାର ଅଗ୍ରଣୀ ସେବା ସଂଗଠନ ଉତ୍ସର୍ଗ ଫାଉଣ୍ଡେସନ ଟ୍ରଷ୍ଟ ଓ ଆମ ଓଡିଶା ଆନୁକୂଲ୍ୟରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ମଣୀନାଗ ବହୁମୁଖୀ ଜୁନିୟର ମହାବିଦ୍ୟାଳୟ ପରିସରରେ ଆୟୋଜିତ ଏହି ରକ୍ତଦାନ ଶିବିର ରେ ଟାକରା, ବୁଗୁଡା ଅଂଚଳର ବହୁ ସ୍ବେତ୍ସାକୃତ ରକ୍ତଦାତା ମାନବ ସମାଜର ମଂଗଳ ପାଇଁ ରକ୍ତଦାନ କରିଥିଲେ । ଆଜିର ଏହି ଶିବିରରେ ବହୁ ମହିଳା ରକ୍ତଦାତା ରକ୍ତଦାନ କରିବା ଦେଖିବାକୁ ମିଳିଥିଲା ।
ମଣିଭଦ୍ରା ଖବର,ଦଶପଲ୍ଲା
Post a Comment