ଅବସରକାଳୀନ ସମ୍ବର୍ଦ୍ଧନା ସଭା
ଗଣିଆ (ମଣିଭଦ୍ରା ଖବର) ଗଣିଆ ବ୍ଳକ ଆଡକଟା ସରକାରୀ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ଅକ୍ଷୟ କୁମାର ସାହୁଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଳକ ଅଧ୍ୟକ୍ଷା ଝୁନା ଜେନା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବ୍ଳକ ଶିକ୍ଷା ଅଧିକାରୀ ରବିନ୍ଦ୍ରନାଥ ରାଉତରାୟ, ଅତିରିକ୍ତ ଶିକ୍ଷା ଅଧିକାରୀ ବିନୋଦିନୀ ପଣ୍ଡା,ଆଡକଟା ସରପଞ୍ଚ ସୁଭାଷିନୀ ବାରିକି, ପ୍ରାଥମିକ ଶିକ୍ଷକ ସଂଘ ସଭାପତି ବିଜୟ କୁମାର ମହାରଣା ପ୍ରମୁଖ ଉପସ୍ଥିତ ଥିଲେ । ବିଦ୍ୟାଳୟ ତରଫରୁ ବିଦାୟୀ ଶିକ୍ଷକଙ୍କୁ ଉପଢୌକନ, ଉପହାର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଛାତ୍ର ଛାତ୍ରୀ ମାନେ ବିଦାୟୀ ଶିକ୍ଷକଙ୍କ ଗୁଣଗାନ କରିଥିଲେ । ଚାକିରୀରେ ଅବସର ଏକ ନିତିଦିନିଆ ପ୍ରକ୍ରିୟା ବୋଲି ବ୍ଳକ ଶିକ୍ଷା ଅଧିକାରୀ ମତ ଦେଇଥିଲେ । ଶ୍ରୀ ସାହୁ ଜଣେ ଉତ୍ତମ ଶିକ୍ଷକ ଭାବେ ବିଦ୍ୟାଳୟରେ କାର୍ଯ୍ୟ କରୁଥିବା ବ୍ଳକ ଅଧ୍ୟକ୍ଷା ପ୍ରକାଶ କରିଥିଲେ । ବିଦ୍ୟାଳୟ ତରଫରୁ ଏକ ଶୋଭାଯାତ୍ରାରେ ଶିକ୍ଷକଙ୍କୁ ତାଙ୍କ ବାସଭବନରେ ଛାଡ଼ି ଦେଇଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମରେ ସଂପୂର୍ଣ୍ଣ ସହଯୋଗ କରିଥିଲେ । ପ୍ରାଥମିକ ଶିକ୍ଷକ ସଂଘ ସମ୍ପାଦକ ସୁରେଶ କୁମାର ବେହେରା ମଞ୍ଚ ପରିଚାଳନା କରିଥିଲେ ।
ମଣିଭଦ୍ରା ଖବର, ଗଣିଆ
إرسال تعليق