*ଆଗାମୀ ଦିନ କେମିତି ରହିବ ପାଣିପାଗ ?
ଆଗାମୀ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ, ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।
ଅଗଷ୍ଟ ୪ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ଅଗଷ୍ଟ ୫ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଅଗଷ୍ଟ ୬ ତାରିଖରେ ମଧ୍ୟ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେପଟେ ଅଗଷ୍ଟ ୭ରୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ସହ ଝଟକା ପବନର ସମ୍ଭାବନା ରହିଛି । ଏପଟେ ଅଗଷ୍ଟ ୧୧ ତାରିଖ ଯାଏଁ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment