BREAKING
Loading...
:

ମାଲକାନଗିରି ଶିକ୍ଷକ ବସନ୍ତ କୁମାର ରଣା ପାଇବେ ଜାତୀୟ ଶିକ୍ଷକ ପୁରସ୍କାର

 ମାଲକାନଗିରି ଶିକ୍ଷକ ବସନ୍ତ କୁମାର ରଣା  ପାଇବେ ଜାତୀୟ ଶିକ୍ଷକ ପୁରସ୍କାର



ମାଲକାନଗିରି, 


ଆଦିବାସୀ ଅଧ୍ୟୁଷିତ  ଅଞ୍ଚଳର କୁନି କୁନି ପିଲାଙ୍କୁ ଭଲ ପାଉଥିବା ଶିକ୍ଷକ ଓ ଶିକ୍ଷା କୁ ବୃତ୍ତି ଭାବେ ବାଛି ନେଇଥିବା  ଶିକ୍ଷକ, ବସନ୍ତ କୁମାର ରଣା। ୨୦୨୫ ମସିହା ପାଇଁ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର।  ମାଲକାନଗିରି ଜିଲ୍ଲା ର କନ୍ଦେଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟରତ ଶ୍ରୀଯୁକ୍ତ ବସନ୍ତ କୁମାର ରଣା ଚଳିତ ବର୍ଷ ପାଇଁ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି । ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ସଦା ସର୍ବଦା ଚେଷ୍ଟିତ ଏହି ଶିକ୍ଷକ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଉତ୍ସର୍ଗୀକୃତ । 

ସେ ଏହି ପୁରସ୍କାର ପାଇଁ ୫୦୦୦୦ ଅର୍ଥ ରାଶି ଓ  ମାନ ପତ୍ର ୫ ସେପ୍ଟେମ୍ବର ୨୦୨୫ ଦିନ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଗ୍ରହଣ କରିବେ। ଏହି ଅବସରରେ ଜିଲ୍ଲା ଶିକ୍ଷା ଅଧିକାରୀ  ମାଲକାନଗିରି ଚିତ୍ତ ରଞ୍ଜନ ପାଣିଗ୍ରାହୀ ଉକ୍ତ ଶିକ୍ଷକଙ୍କୁ ଅଭିନନ୍ଦନ ଓ ଶୁଭକାମନା ଜଣାଇଛନ୍ତି।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS