ବିଜ୍ଞାନ ଶିକ୍ଷକ ମୁକ୍ତିକାନ୍ତ ମଲ୍ଲିକଙ୍କୁ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର
ଗଜପତି(ମନୋଜ ପାଢୀ)
ରା. ଉଦୟଗିରି ବ୍ଲକ ତବାରସିଂ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ବିଜ୍ଞାନ ଶିକ୍ଷକ ମୁକ୍ତିକାନ୍ତ ମଲ୍ଲିକ୍ ୨୦୨୪-୨୫ ବର୍ଷ ପାଇଁ ଗଣିତ ବିଷୟରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଛନ୍ତି। ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗୁରୁଦିବସ ଅବସରରେ ଭୁବନେଶ୍ଵର ଲୋକସେବା ଭବନରେ ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରସ୍କାର ପ୍ରଦାନ କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ , ସଚିବ ଶାଲିନୀ ପଣ୍ଡିତ ଓ ଓସେପା ପ୍ରକଳ୍ପ ନିର୍ଦ୍ଦେଶିକା ଅନନ୍ୟା ଦାସ ପ୍ରମୁଖ ଉପସ୍ଥିତ ଥିଲେ। ତାଙ୍କର ଏହି ସଫଳତା ପାଇଁ ବିଦ୍ୟାଳୟର ପ୍ରଧାନଶିକ୍ଷକ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ବୃନ୍ଦ ଶୁଭେଛା ଜଣାଇଛନ୍ତି ଏବଂ ତାଙ୍କର ଏ ଶ୍ରେୟ ପାଇଁ ସେ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ମାୟାଧର ସାହୁ, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ସାମିନେମି ଗିରିଧର, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଏ. ରବିକୁମାର ଓ ଗୋଷ୍ଠି ଶିକ୍ଷାଧିକାରୀ ଶ୍ରୀ ବିରେନ୍ଦ୍ର କୁମାର ମଣ୍ଡଳଙ୍କୁ କୃତଜ୍ଞତା ଜଣାଇଛନ୍ତି।
ମଣିଭଦ୍ରା ଖବର, ଗଜପତି
Post a Comment