BREAKING
Loading...
:

ତୁଳସୀପୁର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ

 

ତୁଳସୀପୁର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ   



ବାଙ୍କୀ, (ମାନସ ରଞ୍ଜନ ସାହୁ): ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ ଥିବା ତୁଳସୀପୁର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ କେନ୍ଦ୍ରୀୟ ଜୋନ୍ ଜ୍‌ିଲ୍ଲା ପରିଷଦ ସଦସ୍ୟା ମିନତୀ ମହାପାତ୍ର ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ଏଥିରେ ୧୧୦ଜଣ ମହିଳାଙ୍କର ନିଦାନ ମାଧ୍ୟମରେ ବିଭିନ୍ନ ପ୍ରକାର ପରୀକ୍ଷା କରାଯିବା ସହ ମାଗଣାରେ ଔଷଧ ବଣ୍ଟନ କରାଯାଇଥିଲା । କାର୍ଯ୍ୟକ୍ରମରେ ଆୟୁଷ ଡାକ୍ତର ପୌର୍ଣ୍ଣମାସୀ ପଣ୍ଡା , ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର ଶାଶ୍ୱତ ମହାପାତ୍ର , ଫର୍ମାଶିଷ୍ଟ ଶୁଭଶ୍ରୀ ସାହୁ, ଲାବ୍ରୋଟେରି ଟେକ୍ନିସିଆନ୍ ମୋନାଲିସା ସାହୁ, ସୌଭାଗିନୀ ନାୟକ ଉପସ୍ଥିତ ରହି ସହଯୋଗ କରିଥିଲେ । ବିଭିନ୍ନ୍ ସ୍ୱୟଂସହାୟକ ଗୋଷ୍ଠୀର ମହିଳାମାନେ ଯୋଗଦେଇଥିଲେ ।

ମଣିଭଦ୍ରା ଖବର, ବାଙ୍କୀ 

Post a Comment

أحدث أقدم
Header ADS