*୨୪ ଘଣ୍ଟାରେ ବାତ୍ୟା। ସୃଷ୍ଟି ହେଲା ଗଭୀର ଅବପାତ। ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେଲା ଅବପାତ।
*ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଅକ୍ଟୋବର ୨୭ରୁ ବର୍ଷା ଆରମ୍ଭ ହେବ। ଏହା ଅକ୍ଟୋବର ୩୦ ଯାଏଁ ଜାରି ରହିବ। ପବନର ବେଗ ଘଣ୍ଟା ପିଛା ୬୦ରୁ ୭୦ ରହିବ। ଏଥି ସହିତ ଝଟକା ପବନର ବେଗ ଘଣ୍ଟା ପିଛା ୮୦ ପର୍ଯ୍ୟନ୍ତ ହୋଇପାରେ। ରାଜ୍ୟରେ ଥିବା ବନ୍ଦରଗୁଡ଼ିକୁ ୩ ନମ୍ବର ବିପଦ ସଂକେତ ଦିଆଯାଇଥିବା ବେଳେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।*
*ଆନ୍ଧ୍ର ପ୍ରଦେଶ ଉପକୂଳ ମୁହାଁ ହେଉଥିବା ସମ୍ଭାବ୍ୟ ବାତ୍ୟାର ବିଶେଷ ପ୍ରଭାବ ପଡ଼ିବନି। ଅକ୍ଟୋବର ୨୭ରୁ ୨୯ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷକରି ୨୭ରୁ ୨୯ ମଧ୍ୟରେ ମାଲକାନଗିରି ଓ କୋରାପୁଟରେ ଅତି ଭାରି ବର୍ଷା ଓ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଶେଷଜ୍ଞ ବିଶ୍ୱଜିତ ସାହୁ ସୂଚନା ଦେଇଛନ୍ତି।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment