BREAKING
Loading...
:

ଆଜି ଦୃଶ୍ୟମାନ ହେବ ଶତାବ୍ଦୀର ବିରଳ ସୁପରମୁନ୍, ଦୀର୍ଘ ୧୧୩ ବର୍ଷ ପରେ ଘଟିବ ବିରଳ ସଂଯୋଗ

 ଆଜି ଦୃଶ୍ୟମାନ ହେବ ଶତାବ୍ଦୀର ବିରଳ ସୁପରମୁନ୍, ଦୀର୍ଘ ୧୧୩ ବର୍ଷ ପରେ ଘଟିବ ବିରଳ ସଂଯୋଗ



ଆଜି ଦୃଶ୍ୟମାନ ହେବ ଶତାବ୍ଦୀର ବିରଳ ସୁପରମୁନ୍ । ଦୀର୍ଘ ୧୧୩ ବର୍ଷ ପରେ ଘଟିବ ବିରଳ ସଂଯୋଗ । ଆଜି ପୌଷ ପୂର୍ଣ୍ଣିମାରେ ଚଳିତ ବର୍ଷର ପ୍ରଥମ ସୁପରମୁନ୍ ଦୃଶ୍ୟମାନ ହେବ। ତେବେ ଅନ୍ୟ ସୁପରମୁନ୍ ଅପେକ୍ଷା ଏହା ଖୁବ୍ ବିରଳ । କାରଣ ଆଜି ଚନ୍ଦ୍ର ପୃଥିବୀର ନିକଟତର ହେବା ସହ ପୃଥିବୀ ମଧ୍ୟ ସୂର୍ଯ୍ୟର ସବୁଠୁ ନିକଟତର ହେବ ।


ତେଣୁ ୨୦୨୬ରେ ମୋଟ ୩ଟି ସୁପରମୁନ୍ ଦେଖାଯିବାକୁ ଥିଲେ ମଧ୍ୟ, ଆଜି ଜହ୍ନ ସବୁଠୁ ଅଧିକ ଉଜ୍ଜ୍ୱଳ ଦେଖାଯିବ ।


ଶେଷଥର ପାଇଁ ୧୯୧୨ ମସିହାରେ ଏଭଳି ସଂଯୋଗ ଆସିଥିଲା । ସୂର୍ଯ୍ୟାସ୍ତ ପରେ ପରେ ସନ୍ଧ୍ୟା ୫ଟା ୪୫ରୁ ୬ଟା ମଧ୍ୟରେ ସବୁଠୁ ବଡ଼ ଓ ଉଜ୍ଜ୍ୱଳ ଦେଖାଯିବ ପୂର୍ଣ୍ଣଚନ୍ଦ୍ର । ଏହା ସ୍ୱାଭାବିକ ଠାରୁ ୧୪ ପ୍ରତିଶତ ବଡ଼ ଓ ୩୦ ପ୍ରତିଶତ ଉଜ୍ଜ୍ୱଳ ଦେଖାଯିବ । ଚନ୍ଦ୍ର ପୃଥିବୀ ଚାରିପଟେ ଅଣ୍ଡାକାର କକ୍ଷପଥରେ ଘୁରି ବୁଲିଥାଏ । ତେବେ ଏହା ପୃଥିବୀ ନିକଟରେ ଥିବା ଅବସ୍ଥାରେ ପୂର୍ଣ୍ଣିମା ଆସିଲେ ସୁପରମୁନ୍ ଦେଖାଯାଏ । ଏବେ ପୃଥ‌ିବୀ ଠାରୁ ଚନ୍ଦ୍ରର ଦୂରତା ପ୍ରାୟ ୩ ଲକ୍ଷ ୬୨ହଜାର କିଲୋମିଟର ରହିଛି ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS