ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ
ଗଣିଆ ୭/୦୧ (ମଣିଭଦ୍ରା ଖବର) ଗଣିଆ ବ୍ଳକ ଆଡକଟା ପଞ୍ଚାୟତ ପରିସରରେ ନାଳନ୍ଦା ଏଜୁକେସନ ହବ୍ ଆନୁକୂଲ୍ୟରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ନାଳନ୍ଦା ଏଜୁକେସନ ହବ୍ ପରିଚାଳକ ଅମରେଶ ସାହୁଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ଶିବିରରେ ୩୪ ୟୁନିଟ୍ ରକ୍ତ ସଂଗୃହିତ ହୋଇଥିଲା ।
ରକ୍ତଦାନ ଭଳି ଏକ ମହତ କାର୍ଯ୍ୟ କରି ରକ୍ତ ଅଭାବରୁ କାହାକୁ ମରିବାକୁ ଦିଆଯିବ ନାହିଁ ବୋଲି ଆୟୋଜକ ମାନେ ମତବ୍ୟକ୍ତ କରିଥିଲେ । ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଏଭଳି ପ୍ରୟାସକୁ ସାଧାରଣରେ ଭୂୟସୀ ପ୍ରଶଂସା କରାଯାଇଛି । ଏହି କାର୍ଯ୍ୟକ୍ରମରେ କଟକରୁ ଡାକ୍ତର,ଟେକନିସିଆନ ଉପସ୍ଥିତ ରହି ରକ୍ତ ସଂଗ୍ରହ କରିଥିଲେ । ପୂର୍ବତନ ସମିତି ସଭ୍ୟ ଚନ୍ଦ୍ରଶେଖର ସାହୁ, ନାଳନ୍ଦା ଏଜୁକେସନ ହବର ସମସ୍ତ କର୍ମକର୍ତ୍ତା ତଥା ଗ୍ରାମବାସୀ ସହଯୋଗ କରିଥିଲେ ।
ମଣିଭଦ୍ରା ଖବର, ଗଣିଆ




إرسال تعليق