BREAKING
Loading...
:

ଆନ୍ତରପଡା ୟୁପି ସ୍କୁଲରେ ବନାଗ୍ନି ପ୍ରତିରୋଧ ସଚେତନତା ସଭା

 ଆନ୍ତରପଡା ୟୁପି ସ୍କୁଲରେ ବନାଗ୍ନି ପ୍ରତିରୋଧ ସଚେତନତା ସଭା 



ବୁଗୁଡ଼ା  : ଓଡିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୁଲ୍ୟରେ ସ୍ଥାନୀୟ ବନ ବିଭାଗ ପକ୍ଷରୁ ଅନ୍ତରପଡା ଗ୍ରାମସ୍ଥ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବନାଗ୍ନି ପ୍ରତିରୋଧ ସଚେତନତା ସଭାକାର୍ଯ୍ଯ ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ପରିଚାଳନା କମିଟି ସଭାନେତ୍ରୀ ରଞ୍ଜୁଲତା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବୁଗୁଡା ବନାଞ୍ଚଳ ଅଧିକାରୀ ମାନସ କୁମାର ସାହୁ, ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୌରୀ ଶଙ୍କର ମିଶ୍ର, ସମ୍ମାନିତ ଅତିଥି ଭାବେ ତାଳସାକର ୟୁପି ସ୍କୁଲ ପ୍ରଧାନ ଶିକ୍ଷକ ସିମାଞ୍ଚଳ ସେଠୀ ଓ ବନପାଳ ସୁକାନ୍ତ ପଟ୍ଟନାୟକ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ବନାଗ୍ନିର କ୍ଷତିକାରକ ପ୍ରଭାବ ଏବଂ ଏହାର ପ୍ରତିରୋଧ ନିମନ୍ତେ ଆବଶ୍ୟକୀୟ ସଚେତନତା ସମ୍ପର୍କେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ଜେନା ପରିଚାଳନା କରିଥିବା ବେଳେ ପରିଶେଷରେ ସହକାରୀ ଶିକ୍ଷୟିତ୍ରୀ ସ୍ବାଗତିକା ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS