BREAKING
Loading...
:

୨୦୨୭ରେ ହେବ ପଞ୍ଚାୟତ ନିର୍ବାଚନ, ଆସନ ସଂରକ୍ଷଣ କରିବା ପାଇଁ ସବୁ ଜିଲ୍ଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗର ଚିଠି

 ୨୦୨୭ରେ ହେବ ପଞ୍ଚାୟତ ନିର୍ବାଚନ, ଆସନ ସଂରକ୍ଷଣ କରିବା ପାଇଁ ସବୁ ଜିଲ୍ଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗର ଚିଠି



୨୦୨୭ରେ ହେବ ପଞ୍ଚାୟତ ନିର୍ବାଚନ। ଆସନ ସଂରକ୍ଷଣ କରିବା ପାଇଁ ସବୁ ଜିଲ୍ଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗର ଚିଠି। ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟ ଏବଂ ଜିଲ୍ଲା ପରିଷଦ ସଦସ୍ୟ ପାଇଁ ସଂରକ୍ଷଣ ସ୍ଥିର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପ୍ରିଲ ୨୦୨୬ ସୁଦ୍ଧା ନିର୍ବାଚନ କମିଶନଙ୍କୁ ଚୂଡାନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।


ସୂଚନାନୁଯାୟୀ, ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ କରିବେ। ୨୪ ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରି ୨୯ ସୁଦ୍ଧା ଚୂଡାନ୍ତ ସଂରକ୍ଷଣ ତାଲିକା ନିର୍ବାଚନ କମିଶନକୁ ଜଣାଇବେ। ସେହିପରି ଜିଲ୍ଲା ପରିଷଦ ସଦସ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ ଏବଂ ୨୭ ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରିବେ। ୨୯ ତାରିଖ ସୁଦ୍ଧା ସରକାରଙ୍କ ଅନୁମୋଦନ କ୍ରମେ ୩୦ ସୁଦ୍ଧା ଚୂଡାନ୍ତ ସଂରକ୍ଷଣ ତାଲିକା ନିର୍ବାଚନ କମିଶନକୁ ଜଣାଇବେ।


ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ ୧୩ରେ ଚିଠା ବିଜ୍ଞପ୍ତି ଏବଂ ୨୯ରେ ଚୂଡାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବ। ପୂର୍ବ ନିର୍ବାଚନ ସଂରକ୍ଷଣ ନୀତି ଅନୁସାରେ ୫୦ ପ୍ରତିଶତ ଭିତରେ ସଂରକ୍ଷଣ ରହିବ। ପଛୁଆ ବର୍ଗଙ୍କ ପାଇଁ ୨୭ପ୍ରତିଶତ ଯାଏଁ ସଂରକ୍ଷଣ ରହିବ। ମହିଳାଙ୍କ ପାଇଁ ୫୦ ପ୍ରତିଶତ ସିଟ୍ ସଂରକ୍ଷଣ ରହିବ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS