ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ
ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ ବୋଲି ମନ୍ତ୍ରୀ କହିଛନ୍ତି । ସେହିପରି ୫ ଲିଟର ଗ୍ୟାସ ସମ୍ପୂର୍ଣ୍ଣ ବନ୍ଦ ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ ।
ଖୋଲାଖୋଲି ବଜାରରେ ଗ୍ୟାସ୍ ବିକ୍ରି ହେଉଥିବାରୁ ଗ୍ୟାସ୍ କଳାବଜାରୀ ବ୍ୟାପକ ହେଉଛି। ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ସଙ୍କଟ ଥିବାବେଳେ ଆମ ରାଜ୍ୟରେ ଗ୍ୟାସ୍ ସିଲିଣ୍ଡରକୁ ନେଇ ସଙ୍କଟ ଦେଖାଦେଉଛି ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق