କଟାଚଣ୍ଡି ଠାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେଲେ ବିଧାୟକ
ଗଣିଆ (ମଣିଭଦ୍ରା ଖବର) ଗଣିଆ ବ୍ଲକ ବେଲପଡାପାଟଣା ପଞ୍ଚାୟତର ଦଶିପୁର ଠାରେ ମା କଟାଚଣ୍ଡିଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳନ ଅବସରରେ ବୁଧବାର ରାତିରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ବ୍ଳକ ଅଧ୍ୟକ୍ଷା ଝୁନା ଜେନା, ଉପାଧ୍ୟକ୍ଷ ରାଜକିଶୋର ସାହୁ, ଜିଲ୍ଲା ପରିଷଦ ସଭ୍ୟ ନରେଶ କୁମାର ବେହେରା, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ମହେଶ୍ୱର ମହାରଣା,ମନ୍ଦିର ପରିଚାଳନା କମିଟିର ସଭାପତି ଉପସ୍ଥିତ ଥିଲେ । ଦଶିପୁର ଭଳି ଏକ ଛୋଟିଆ ଗ୍ରାମର ସହଯୋଗରେ ଏତେ ବଡ ମନ୍ଦିର ତିଆରି ହୋଇ ପାରିଥିବାରୁ ବିଧାୟକ ଗ୍ରାମବାସୀଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ । ମନ୍ଦିରର ଆବଶ୍ୟକତା ଅନୁଯାୟୀ ସମସ୍ତ ପ୍ରକାର ସହଯୋଗ କରିବାକୁ ବିଧାୟକ ପ୍ରତିଶୃତି ଦେଇଥିଲେ । ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଏବଂ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ରାତିରେ ରାମନାଟକ ଇନ୍ଦ୍ରଜିତ ବଧ ମଞ୍ଚସ୍ଥ ହୋଇଥିବା ବେଳେ ନାଟକ ଦେଖିବାକୁ ପ୍ରବଳ ଜନସମାଗମ ହୋଇଥିଲା ।
ମଣିଭଦ୍ରା ଖବର, ଗଣିଆ


إرسال تعليق