ଚାନ୍ଦପୁର ଥାନା ରାହିପାଡ଼ା ଛକରେ ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ୨ ଗୋରୁ ମୃତ, ଅନେକ ଆହତ।
ଚାନ୍ଦପୁର ଥାନା ଅନ୍ତର୍ଗତ କେରଣ୍ଡାଟାଙ୍ଗୀ ପଞ୍ଚାୟତର ରାହିପାଡ଼ା ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ଅଜଣା ଦ୍ରୁତଗାମୀ ଗାଡ଼ି ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ହିଁ ଦୁଇଟି ଗୋରୁଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଗୋରୁ ଗୁରୁତର ଭାବେ ଆହତ ହୋଇଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ଗତ ବିଳମ୍ବିତ ରାତିରେ କୌଣସି ଏକ ଅଜଣା ଗାଡ଼ି ଅତି ଦ୍ରୁତ ଗତିରେ ଆସି ରାସ୍ତା କଡ଼ରେ ଠିଆ ହୋଇଥିବା ଗୋରୁ ପଲଙ୍କୁ ଧକ୍କା ଦେଇଚାଲିଯାଇଥିଲା। ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ, ଦୁଇଟି ଗୋରୁଙ୍କର ଘଟଣାସ୍ଥଳରେ ହିଁ ପ୍ରାଣବାୟୁ ଉଡ଼ିଯାଇଥିଲା। ଅନ୍ୟ କେତେକ ଗୋରୁ ମଧ୍ୟ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ରାସ୍ତା କଡ଼ରେ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି।ସକାଳୁ ସ୍ଥାନୀୟ ଲୋକେ ଏହା ଦେଖିବା ପରେ ସେଠାରେ ଭିଡ଼ ଜମିଥିଲା ଏବଂ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।ଆହତ ପଶୁମାନଙ୍କ ପ୍ରାଥମିକ ଚିକିତ୍ସା ପାଇଁ ସ୍ଥାନୀୟ ପ୍ରାଣୀ ଚିକିତ୍ସକଙ୍କ ସହ ଯୋଗାଯୋଗ କରିଛି। ଏହି ଦୁର୍ଘଟଣା ଘଟାଇ ଫେରାର୍ ହୋଇଯାଇଥିବା ଗାଡ଼ିର ସନ୍ଧାନ ପାଇଁ ପୋଲିସ ଆଖପାଖ ଅଞ୍ଚଳର ସିସିଟିଭି ଫୁଟେଜ୍ ଯାଞ୍ଚ କରିବା ସହ ତଦନ୍ତ ଜାରି ରଖିଛି। ରାସ୍ତାରେ ବେପରୁଆ ଗାଡ଼ି ଚାଳନା ଯୋଗୁଁ ବାରମ୍ବାର ଏଭଳି ଅଘଟଣ ଘଟୁଥିବାରୁ ସ୍ଥାନୀୟ ବାସିନ୍ଦା ଅସନ୍ତୋଷ ପ୍ରକାଶ କରିଛି।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment