BREAKING
Loading...
:

ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଦ୍ବାରା ରାଜ୍ୟରେ ଲଗାଣ ବର୍ଷାର ସମ୍ଭାବନା ବଢ଼ିଛି

 



ଭୁବନେଶ୍ବର: ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଦ୍ବାରା ରାଜ୍ୟରେ ଲଗାଣ ବର୍ଷାର ସମ୍ଭାବନା ବଢ଼ିଛି। ଅର୍ଥାତ ଆଗାମୀ ଏକ ସପ୍ତାହ ପର୍ଯ୍ୟନ୍ତ ବର୍ଷା ଜାରି ରହିପାରେ। ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଭଳି ଆକଳନ କରାଯାଇଛି।


ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଯେ, ଆଗାମୀ ୭ ଦିନ ଧରି ବର୍ଷା ଲାଗି ରହିବ। ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା ପାଖାପାଖି ବାଙ୍ଗଲାଦେଶ  ଉପରେ ଘୁର୍ଣ୍ଣିବଳୟ ରହିଛି। ସମୁଦ୍ର ପତନ ଠାରୁ  ୪.୫ ରୁ ୪.୮ କିମି ଉଚ୍ଚତାରେ ଏହା ସକ୍ରିୟ ରହିଛି। ପ୍ରଭାବରେ ଆଗାମୀ ୭ ଦିନ ଯାଏ ବର୍ଷା ଜାରି ରହିବାର ସମ୍ଭାବନା ଥିବାବେଳେ ୧୩ରୁ ପ୍ରବଳ ଵର୍ଷା ସମ୍ଭାବନା ରହିଛି। ଏହାସହ ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଆସନ୍ତା ୭ ଦିନ ଯାଏ କିଛି କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ। ଆସନ୍ତା ୨୪ ଘଂଟାରେ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS