BREAKING
Loading...
:

ଏଥର ରଥରେ ପ୍ରବଳ ବର୍ଷିବ




 *ଏଥର ରଥରେ ପ୍ରବଳ ବର୍ଷିବ। ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲାଗିରହିବ ବର୍ଷା। ଆଜି ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।* 


*ସେଥିମଧ୍ୟରୁ ବରଗଡ଼, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରପଡା, କନ୍ଧମାଳ, କଳାହାଣ୍ଡି ଓ ରାୟଗଡାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ, ଗଞ୍ଜାମ ଓ ଗଜପତିରେ ବିଜୁଳି ଘଡଘଡି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS