NEET-UG ପ୍ରଶ୍ନପତ୍ର ଲିକ୍ ଘଟଣାରେ ବଡ଼ ବୟାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। NEET-UG ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ଝଡ଼ ସୃଷ୍ଟି କରିଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦି କଡ଼ା ବାର୍ତ୍ତା ଦେଇଛନ୍ତି। ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳୁଥିବା କୌଣସି ବ୍ୟକ୍ତିଙ୍କୁ ଛଡାଯିବ ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି। ଯୁବପିଢ଼ିଙ୍କ କଲ୍ୟାଣ ଓ ଭବିଷ୍ୟତ ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା ବୋଲି କହିବା ସହ ଦୋଷୀମାନଙ୍କୁ ଶୀଘ୍ର ଓ କଠୋର ଦଣ୍ଡ ଦିଆଯିବ ବୋଲି କହିଛନ୍ତି।
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଦେଶର କୋଟି କୋଟି ଛାତ୍ରଛାତ୍ରୀଙ୍କ ପରିଶ୍ରମ ଓ ସ୍ୱପ୍ନ ସହ କୌଣସି ପ୍ରକାରର ଖେଳକୁ ସରକାର ବରଦାସ୍ତ କରିବେ ନାହିଁ। ପରୀକ୍ଷା ବ୍ୟବସ୍ଥାର ସ୍ୱଚ୍ଛତା ଏବଂ ବିଶ୍ୱସନୀୟତା ବଜାୟ ରଖିବା ପାଇଁ କେନ୍ଦ୍ର ସରକାର ନିରନ୍ତର ପଦକ୍ଷେପ ନେଉଛନ୍ତି। ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ସୁରକ୍ଷା ସରକାରଙ୍କ ପ୍ରମୁଖ ଦାୟିତ୍ୱ ବୋଲି ମଧ୍ୟ ସେ ଉଲ୍ଲେଖ କରିଛନ୍ତି।
ଏହାସହ ପ୍ରଶ୍ନପତ୍ର ଲିକ୍ ଭଳି ମାମଲାର ତ୍ୱରିତ ବିଚାର ପାଇଁ ଫାଷ୍ଟ-ଟ୍ରାକ୍ କୋର୍ଟ ଗଠନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ଏହି ମାମଲାଗୁଡ଼ିକର ଶୀଘ୍ର ଶୁଣାଣି କରି ଦୋଷୀମାନଙ୍କୁ କଠୋର ଦଣ୍ଡ ଦେବା ପାଇଁ ସେ ସମ୍ପୃକ୍ତ ବିଭାଗଗୁଡ଼ିକୁ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment