BREAKING
Loading...
:

୮୦ ତମ ସ୍ବାଧିନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

 ୮୦ ତମ ସ୍ବାଧିନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ 

ଗଣିଆ ୦୪/୦୮(ମଣିଭଦ୍ରା ଖବର) ଗଣିଆ ବ୍ଳକ ସଭା ଗୃହରେ ୮୦ ତମ ସ୍ବାଧିନତା ଦିବସ ପାଳନ ଅବସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବ୍ଳକ ଅଧ୍ୟକ୍ଷା ଝୁନା ଜେନା,  ବିଡ଼ିଓ ଲାବଣ୍ୟେନ୍ଦୁ ମହାନ୍ତି, ସାମାଜିକ ସୁରକ୍ଷା ଅଧିକାରୀ ପ୍ରଣୟ କୁମାର ନାୟକ, ଅତିରିକ୍ତ ଶିକ୍ଷା ଅଧିକାରୀ ତଥା ବିଆରସିସି ବିନୋଦିନୀ ପଣ୍ଡା, ଥାନା ଅଧିକାରୀ ଟଙ୍କଧର ଛତ୍ରିୟା, ଦମକଳ ଅଧିକାରୀ ବିଜୟାନନ୍ଦ ପରିଡ଼ାଙ୍କ ସମେତ ବିଭିନ୍ନ ଶିକ୍ଷାନୁଷ୍ଠାନ, ମହାବିଦ୍ୟାଳୟ, ସ୍ବେଛାସେବୀ ସଂଗଠନର କର୍ମଚାରୀ ଉପସ୍ଥିତ ଥିଲେ । ଭୋର ୫ ଟାରେ ପ୍ରତ୍ୟେକ ଗ୍ରାମରେ ରାମଧୁନ ଗାନ କରାଯିବା ପାଇଁ ସ୍ଥିର କରାଯାଇଥିଲା । ଅନୁଷ୍ଠାନ ଗୁଡିକରେ ୭ଟା ୧୫ରେ ଗାନ୍ଧୀ ପୀଠରେ ୭ ଘଟିକା ୩୦ ମିନିଟ ଏବଂ କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜେନେରାଲ ପତାକା ଉତ୍ତୋଳନ ୮ଟା ୩୦ରେ ହେବ ବୋଲି ନିଷ୍ପତି ଗ୍ରହଣ କରାଯାଇଥିଲା । ବ୍ଳକ ଅଧ୍ୟକ୍ଷା ଝୁନା ଜେନା ଜେନେରାଲ ପତାକା ଉତ୍ତୋଳନ କରିବାକୁ ସ୍ଥିର କରାଯାଇଥିଲା । ବିଭିନ୍ନ ବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତା ୧୧ ତାରିଖରେ କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ସମସ୍ତ ବିଭାଗୀୟ ଅଧିକାରୀ, ମହାବିଦ୍ୟାଳୟ ତଥା ସ୍ବେଚ୍ଛାସେବୀ ସଙ୍ଗଠନର କର୍ମକର୍ତ୍ତା ଏହି କାର୍ଯ୍ୟକ୍ରମରେ ସହଯୋଗ କରିବାକୁ ବିଡ଼ିଓ ନିବେଦନ କରିଥିଲେ । ବିଭିନ୍ନ ସ୍ବେଛାସେବୀ ସଂଗଠନ,ବ୍ଳକ କର୍ମଚାରୀ ତଥା ଶିକ୍ଷକ ମାନଙ୍କୁ ଦାୟିତ୍ବ ବଣ୍ଟନ କରାଯାଇଥିଲା ।

ମଣିଭଦ୍ରା ଖବର, ଗଣିଆ 

Post a Comment

Previous Post Next Post
Header ADS