*ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। କିନ୍ତୁ ଏଜାବତ୍ ରାଜ୍ୟରେ ବିଶେଷ ବର୍ଷା ହୋଇନାହିଁ। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୧୮ତାରିଖରୁ ପୁଣି ଉତ୍ତର ଓ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, େଢଙ୍କାନାଳ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋରଧା ଏବଂ ନୟାଗଡ଼ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଉପରୋକ୍ତ ଜିଲାଗୁଡ଼ିକ ମଧ୍ୟରେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିପାରେ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଏହି ସବୁ ଜିଲାଗୁଡ଼ିକୁ ୟେଲୋୱାର୍ଣ୍ଣିଂ ଦିଆଯାଇଛି।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق