BREAKING
Loading...
:

ନୟାଗଡ ଜିଲ୍ଲା ବିଜୁ ଜନତା ଦଳର ଉପସଭାପତି ହେଲେ ମହେଶ୍ୱର ମହାରଣା

 ନୟାଗଡ ଜିଲ୍ଲା ବିଜୁ ଜନତା ଦଳର ଉପସଭାପତି ହେଲେ ମହେଶ୍ୱର ମହାରଣା 


ଗଣିଆ (ମଣିଭଦ୍ରା ଖବର) ନୟାଗଡ ଜିଲ୍ଲା ବିଜୁ ଜନତା ଦଳର କାର୍ଯ୍ୟକର୍ତ୍ତାରେ ପରିବର୍ତ୍ତନ ଘଟିଛି । ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଏହି ପରିବର୍ତ୍ତନ ହୋଇଥିବା ଜଣାପଡିଛି । ଦଳରେ ବହୁ ବରିଷ୍ଠ ନେତାଙ୍କୁ ବିଭିନ୍ନ ପଦପଦବୀରେ ଅବସ୍ଥାପିତ କରାଯାଇଛି । ଏହି ପରୀପ୍ରେକ୍ଷୀରେ ଗଣିଆ ବ୍ଲକର ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ମହେଶ୍ୱର ମହାରଣାଙ୍କୁ ଜିଲ୍ଲା ଉପସଭାପତି ଭାବେ ଦାୟିତ୍ଵ ପ୍ରଦାନ କରାଯାଇଛି । 



ଏହି ଖବର ଜଣାପଡିବା ପରେ ବିଜୁ ଜନତା ଦଳର କର୍ମୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି । ତାଙ୍କ ପ୍ରତିକ୍ରିୟାରେ ଶ୍ରୀ ମହାରଣା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଦଶପଲ୍ଲା ବିଧାୟକ ତଥା ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରାଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ଗଣିଆ ବ୍ଲକର ବିଜୁ ଜନତା ଦଳର ସଭାପତି ଶେଷଦେବ ସ୍ବାଇଁ, କିଶୋର ପ୍ରସାଦ ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଫୁଲ୍ଲ କୁମାର ବେହେରାଙ୍କ ସମେତ ବହୁ ବରିଷ୍ଠ ନେତା ତାଙ୍କୁ ଶୁଭେଚ୍ଛା ପ୍ରଦାନ କରିଛନ୍ତି ।

ମଣିଭଦ୍ରା ଖବର, ଗଣିଆ 

Post a Comment

Previous Post Next Post
Header ADS