BREAKING
Loading...
:

କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି

 କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 

ଗଣିଆ ୧୬/୧୦(ମଣିଭଦ୍ରା ଖବର) ଗଣିଆ ବ୍ଲକ ଜଗନ୍ନାଥ ପ୍ରସାଦ ପ୍ରଗଣା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ  କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆଡକଟା ପଞ୍ଚାୟତର ସରପଞ୍ଚ ସୁଭାଶିନୀ ବାରିକି, ମୁଖ୍ୟ ବକ୍ତା ଭାବେ ଅତିରିକ୍ତ ଶିକ୍ଷା ଅଧିକାରୀ ତଥା ବିଆରସିସି ବିନୋଦିନୀ ପଣ୍ଡା, ସମ୍ମାନିତ ଅତିଥି ଭାବେ ଆଦର୍ଶ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ରଞ୍ଜନ କୁମାର ସାହୁ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଆନନ୍ଦ ଚନ୍ଦ୍ର ଡାକୁଆ,ପୁରାତନ ଛାତ୍ର ନିରଞ୍ଜନ ସାହୁ  ପ୍ରମୁଖ ମଞ୍ଚାସୀନ ଥିଲେ । ବରିଷ୍ଠ ଶିକ୍ଷକ ବାମନ ଚରଣ ବାରିକି ମଞ୍ଚ ପରିଚାଳନା କରିଥିବା ବେଳେ ସିଆରସିସି ପ୍ରଶନ୍ନ କୁମାର ନାୟକ ଅତିଥି ପରିଚୟ ପ୍ରଦାନ  କରିଥିଲେ । ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ଗୁଣର ବିକାଶ କରିବା ପାଇଁ ସରକାରଙ୍କ ଏହି ଆଭିମୁଖ୍ୟ ଅତ୍ୟନ୍ତ ଲୋକପ୍ରିୟ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । ଛାତ୍ର ଛାତ୍ରୀ ମାନେ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ନିଜ ବ୍ଳକ ତଥା ଓଡ଼ିଶାର ନାଁ ରଖିବାକୁ ଚେଷ୍ଟା କରିବା ଆବଶ୍ୟକ ବୋଲି ସେମାନେ ମତପୋଷଣ କରିଥିଲେ । ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ସଙ୍ଗୀତ,କୁଇଜ୍, ଡିବେଟ,ନୃତ୍ୟ,ଏକକ ନୃତ୍ୟ,ଓଡିଆ ହସ୍ତାକ୍ଷର,ଶୃତଲିଖନ, ଚିତ୍ରକଳା ଓ ଶିଳ୍ପକଳା ପ୍ରତିଯୋଗିତା ହୋଇଥିବା ବେଳେ କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା । ବିଭିନ୍ନ ବିଦ୍ୟାଳୟର ୨୫୬ ଜଣ ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । କୃତି ପ୍ରତିଯୋଗୀ ମାନେ ବ୍ଳକ ସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ ବୋଲି ଜଣାପଡିଛି । ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମରେ ସଂପୂର୍ଣ୍ଣ ସହଯୋଗ କରିଥିଲେ ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS