BREAKING
Loading...
:

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀରେ ‘ଆମ ଗଞ୍ଜାମ, ସ୍ୱଚ୍ଛ ଗଞ୍ଜାମ’ କାର୍ଯ୍ୟକ୍ରମ

 ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀରେ ‘ଆମ ଗଞ୍ଜାମ, ସ୍ୱଚ୍ଛ ଗଞ୍ଜାମ’ କାର୍ଯ୍ୟକ୍ରମ ।



ଛତ୍ରପୁର, -: ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ  ଛତ୍ରପୁର ପୁଲିସ ପ୍ୟାରେଡ୍ ପଡ଼ିଆ ସମ୍ମୁଖସ୍ଥ ଶିଶୁ ଉଦ୍ୟାନରେ ‘ଆମ ଗଞ୍ଜାମ, ସ୍ୱଚ୍ଛ ଗଞ୍ଜାମ’ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।


ଏହି ଅବସରରେ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ, ଛତ୍ରପୁର ପୌର ପରିଷଦର ଭାରପ୍ରାପ୍ତ ଅଧ୍ୟକ୍ଷ ଜି. ପାପା ରାଓ, ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ହରିଶ ବି.ସି., ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ନାୟକ, ଆଇଏଏସ୍ ପ୍ରୋବାସନର ଏସ୍. ସରଣ୍ୟା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୌରଭ ପ୍ରଧାନ ଏବଂ ଛତ୍ରପୁର ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରସନ୍ନ କୁମାର ଦାସଙ୍କ ସମେତ ଜନପ୍ରତିନିଧି, ବୁଦ୍ଧିଜୀବୀ, ସାମ୍ବାଦିକ, ସ୍ୱେଚ୍ଛାସେବୀ ଓ ପୌର ପରିଷଦର କର୍ମଚାରୀମାନେ ଯୋଗଦେଇ ଶିଶୁ ଉଦ୍ୟାନର ସଫେଇ କାର୍ଯ୍ୟରେ ଅଂଶଗ୍ରହଣ କରିଥିଲେ।


ଏହି ଅବସରରେ ଜିଲ୍ଲାପାଳ ସ୍ୱଚ୍ଛତାକୁ ଏକ ଜନଆନ୍ଦୋଳନରେ ପରିଣତ କରିବା ସହ ପରିବେଶକୁ ସ୍ୱଚ୍ଛ ଓ ସୁନ୍ଦର ରଖିବା ଏବଂ ସାଧାରଣ ଜନତାଙ୍କ ମଧ୍ୟରେ ସ୍ୱଚ୍ଛତା ପ୍ରତି ସଚେତନତା ବୃଦ୍ଧି କରିବା ଦିଗରେ ସମସ୍ତେ ସକ୍ରିୟ ସହଯୋଗ କରିବାକୁ ଆହ୍ୱାନ ଦେଇଥିଲେ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS