ଗଞ୍ଜାମ ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦିନିକିଆ ଗଞ୍ଜାମ ଜିଲ୍ଲା ଗ୍ରସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ଜିଲ୍ଲାର ପୁରୁଷୋତ୍ତମପୁର ବ୍ଳକର ହାଣ୍ଡିଘର ଠାରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଗଞ୍ଜାମ ର ବାତ୍ୟା ଏବଂ ପରବର୍ତ୍ତୀ ବନ୍ୟାରେ ହୋଇଥିବା ଫସଲ କ୍ଷୟକ୍ଷତି ର ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ଗ୍ରସ୍ତ ସମୟରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ, ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ମନ୍ତ୍ରୀ ସୁରେଶ ପୁଜାରୀ , ରାଜ୍ୟ ମତ୍ସ୍ୟ ଓ ଗୋସମ୍ପଦ ବିଭାଗର ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସମେତ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ , ଆସିକା ସାଂସଦ ଅନିତା ଶୁଭଦର୍ଶନୀ ଙ୍କ ସମେତ ଜିଲ୍ଲାର ବିଧାୟକ ମାନେ ଉପସ୍ଥିତ ରହିଥିଲେ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق